ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଆରଆଇ

0
35
ଲାଞ୍ଚ ନେବା ବେଳେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ, (୩୦/୧୧) : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲ ତସଲାଡ଼ିହି ରାଜସ୍ୱ ନିରୀକ୍ଷକ (ଆରଆଇ) ଲିଲି ଚୌଧୁରୀ ।

ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଆରଆଇ ଲିଲି ଚୌଧୁରୀଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ।ଲିଲି ଚୌଧୁରୀ ଲାଞ୍ଚ ମାଗୁଥିବା ନେଇ ଉକ୍ତ ବ୍ୟକ୍ତି ଜଣଙ୍କ ପୂର୍ବରୁ ଭିଜିଲାନ୍ସକୁ ଜଣାଇଥିଲେ । ତାଙ୍କ ଅଭିଯୋଗକ୍ରମେ ଯୋଜନାବଦ୍ଧ ଭାବେ ଆଜି ଭିଜିଲାନ୍ସ ଚଢ଼ାଉ କରି ଆରଆଇ ଲିଲି ଚୌଧୁରୀଙ୍କୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ଅବସ୍ଥାରେ ଧରିଛି । ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି । ସୁନ୍ଦରଗଡ଼ ଭିଜିଲାନ୍ସ ପକ୍ଷରୁ ଏହି ଘଟଣାରେ ମାମଲା ରୁଜ୍ଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି ।