ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

0
52
ଦୁର୍ଘଟଣାରେ ଚାଲିଗଲା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୦୧/୧୨) : ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି ।

ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା । ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।