ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତରେ ୧୭୬୦ଟି ମାମଲା ଫଇସଲା; ୫୬୧୩୯୦୦ ଟଙ୍କା ଜରିମାନା ଆଦାୟ

0
30
ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୦/୧୨) : ରାୟଗଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଚତୁର୍ଥ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି ।

ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁରରେ ଦୀର୍ଘ ଦିନ ଧରି ପଡିରହିଥିବା ୨୯୨ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ଟ. ୫୫୧୨୪୦୦ (ପଞ୍ଛାବନ ଲକ୍ଷ ବାର ହଜାର ଚାରି ଶହ) ଟଙ୍କା, ରାଜସ୍ବ ସମ୍ବନ୍ଧିତ ୧୪୬୧ ଟି ମାମଲା ଫଇସଲା ଜୋରିମାନା ବାବଦକୁ ଟ. ୩୧୯୦୦ (ଏକତିରିସ୍ ହଜାର ନଅ ସହ) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୭ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ଟ.୬୯୬୦୦( ଅଣସ୍ତରୀ ହଜାର ଛଅ ଶହ) ଟଙ୍କା ଆଦାୟ ହୋଇଛି । ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ ।

ଏଥିରେ ପରିବାର ଅଦାଲତର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋଟର ବିଚାରପତି ଶ୍ରୀମତି ଶୋନଲ ସର୍ମା, ରେଜିଷ୍ଟର ଦେବିଜ୍ୟୋତି ମହାପାତ୍ର, ସବ୍ ଜଜ୍ ଶ୍ରୀ ସୋମ୍ୟରୂପ ସାହୁ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ୍ୟ ନ୍ୟାୟଧିକାରୀ ଶ୍ରୀ ଚନ୍ଦନ କୁମାର ଦେହୁରୀ ପ୍ରମୁଖ ଯୋଗଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ।