ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
39
ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୧/୧୨) : ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ।Whatsapp Image 2023 12 11 At 21.29.34

ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଳାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୬ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ୧୫ଟି ସାମୁହିକ ଦରଖାସ୍ତ ରହିଥିବା ବେଳେ ୧୧ଟି ବ୍ୟକ୍ତିଗତ ଦରଖାସ୍ତ ରହିଛି । ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତ ମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଦରଖାସ୍ତ ଗୁଡିକୁ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ତରଭା ବିଡ଼ିଓ ଅନିଲ କୁମାର କୁଲୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର, ଭାରପ୍ରାପ୍ତ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅକ୍ଷୟ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ , ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ତରଭା ତହସିଲଦାର କିର୍ତ୍ତୀ ଚନ୍ଦ୍ର ପ୍ରଧାନ, ତରଭା ଆଇ ଆଇ ସି ଅନିତା କିଣ୍ଡୋ ଏବଂ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l ଶିବିର ପରିଚାଳନାରେ ସମସ୍ତ ବ୍ଲକ ସ୍ତରୀୟ କର୍ମଚାରୀ ସହଯୋଗ କରିଥିଲେ ।