ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା କାର୍; ୨ ମୃତ, ୨ ଗୁରୁତର

0
37
ବିଦ୍ୟୁତ ଖୁଣ୍ଟକୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୩/୧୨) : ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର୍ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି ।

ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତ ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ୪ଜଣ ବ୍ୟକ୍ତି କାର୍‌ ଯୋଗ ଭୁବନେଶ୍ୱର ଆସୁଥିଲେ । ଏହି ସମୟରେ କାରଟି ରାଣୀତାଲ ଛକ ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ୨ ଜଣଙ୍କର ମୃତ୍ୟ ଘଟିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ । ୨ ଆହତଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି । ଡ୍ରାଇଭରର ଆଖି ଲାଗିଯିବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।