ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
41
ଅତିରିକ୍ତ ଜିଲ୍ଲାପାଳ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୮/୦୧) : ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l

ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୫୯ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୩ଟି ସାମୁହିକ ଦରଖାସ୍ତ ୧୬ଟି ଓ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ପାଇଁ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ସମସ୍ତ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଶିବିରରେ ଉଫୁଲା ଗ୍ରାମ ପଞ୍ଚାୟତ ର ୩ ଜଣ ଯୋଗ୍ୟ ହିତାଧିକାରୀ ଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ବିକଳାଙ୍ଗ ଓ ବାର୍ଦ୍ଧକ୍ୟ ଭତ୍ତା ର ପ୍ରଥମ କିସ୍ତି ପ୍ରଦାନ କରାଯାଇଥିଲା l

ବୀରମହାରାଜପୁର ବିଡ଼ିଓ ରଘୁନାଥ ପାଣିଗ୍ରାହୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କୁମାର ମେହେର ,ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଦୁର୍ଗା ଦାସ ,ବୀରମହାରାଜପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କ୍ଷିରୋଦ ବିଶ୍ଵାଳ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ I