ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ, ୨ ଗୁରୁତର

2
42
ବାଇକ୍ ଓ ସ୍କୁଟି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୁରଭଞ୍ଜ, (୧୪/୦୧) : ମୟୁରଭଞ୍ଜ ଜିଲ୍ଲା ଘାଘରବେଡ଼ା ଥାନା ଅନ୍ତର୍ଗତ ଶଙ୍କରପୁର ନିକଟରେ ଏକ ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି ।

ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା । ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା ବୋଲି ଘାଘରବେଡ଼ା ଥାନା ଅଧିକାରୀ କହିଛନ୍ତି । ଗୁରୁତର ଥିବା ୨ ଜଣଙ୍କୁ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୁଲିସ୍ ଘଟଣାର ତଦନ୍ତ କରୁଛି । ଅନ୍ୟପକ୍ଷରେ ଆଜି କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ପାତ୍ରପୁଟ ଗାଁ ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି । ଆଉ ଜଣେ ଗୁରୁତର ଆହତ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

2 COMMENTS

Comments are closed.