ଶନିବାର ମଧ୍ୟାହ୍ନ ସୁଦ୍ଧା ମୁଣ୍ଡୁଳୀ ପହଞ୍ଚିବ ପାଣି : ୪ ଜିଲ୍ଲାରେ ବନ୍ୟା ଆଶଙ୍କା

0
159

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୧୭/୦୯) : ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ରହିଛି । ସେଥିପାଇଁ କଟକ, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ କରାଯାଇଛି । ଶନିବାର ମଧ୍ୟାହ୍ନ ସୁଦ୍ଧା ମୁଣ୍ଡୁଳୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ |

ଯାହାର ପ୍ରଭାବରେ ଏହି ୪ ଜିଲ୍ଲାରେ ଶନିବାର ସନ୍ଧ୍ୟାରେ ଏକ ନିମ୍ନ ମଧ୍ୟମ ଧରଣର ବନ୍ୟା ପାସ୍ କରିବ । ଯେହେତୁ ଛତିଶଗଡରେ ପ୍ରବଳ ବର୍ଷା ହେଉଛି । ସେଥିପାଇଁ ହୀରାକୁଦକୁ ସେକେଣ୍ଡ ପିଛା ୫ ଲକ୍ଷ ୨୦ ହଜାର ୪୫୭ କ୍ୟୁସେକ ଜଳ ପ୍ରବେଶ କରୁଛି । ଏସଆରସି କହିଛନ୍ତି,ଏସଆରସି କହିଛନ୍ତି, ହୀରାକୁଦରୁ ୨୮ଟି ଗେଟ୍ ଦେଇ ୪ ଲକ୍ଷ ୮୧ ହଜାର କ୍ୟୁସେକ ଜଳ ନଦୀ ମଧ୍ୟକୁ ନିଷ୍କାସିତ ହେଉଛି,ଯାହାର ପ୍ରଭାବରେ ଶନିବାର ମଧ୍ୟାହ୍ନ ସୁଦ୍ଧା ମୁଣ୍ଡଳୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ।

ଏହାବାଦ୍ ଆଗକୁ ପୂର୍ଣ୍ଣିମା ଥିବାରୁ ଜଳ ନିଷ୍କାସନରେ ସମସ୍ୟା ଦେଖାଦେବ ବୋଲି କହିଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ । ଯେଉଁଥିପାଇଁ ଏହା ଉପରେ ନଜର ରଖିବାକୁ ଜଳ ସମ୍ପଦ ବିଭାଗର ଜଣେ ଲେଖାଏଁ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଯେଉଁଥିପାଇଁ ଉପକୂଳ ଜିଲ୍ଲା ଗୁଡିକରେ ଓଡ୍ରାଫ୍, ଏନଡିଆରଏଫ ଓ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି । ଓଡ୍ରାଫର ୩୦ଟି ଟିମ, ଏନଡିଆରଏଫର ୧୨ଟି ଟିମ ଓ ଅଗ୍ନିଶମର ୧୦ଟି ଟିମକୁ ମୁତୟନ କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ୨ଜଣ ନିଖୋଜ ଅଛନ୍ତି ।

ଏହା ଭିତରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୧୮ରେ ଉତ୍ତର ଓଡ଼ିଶାରେ ଏହା କେନ୍ଦ୍ରୀଭୂତ ହେବ । ଏହାକୁ ନଜରରେ ରଖି ୧୯ ଓ ୨୦ ତାରିଖରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଇଏମଡି ଡିଜି ସୂଚନା ଦେଇ କହିଛନ୍ତି, ପୂର୍ବ ଲଘୁଚାପ ଭଳି ଏହାର ପ୍ରଭାବ ନ ରହିପାରେ । ତେବେ ସୃଷ୍ଟି ହୋଇଥିବା ଘୂର୍ଣିବଳୟକୁ ନଜରରେ ରଖି ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡେ ମୁହାଁଇବ । ଏହାର ପ୍ରଭାବରରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ୧୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଅଧା ଓଡ଼ିଶାକୁ ଭିଜାଇବ ବୋଲି ଜଣାପଡ଼ିଛି ।