୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା : ଆଇଏମ୍‌ଡି ମହାନିର୍ଦ୍ଦେଶକ

0
165

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୧୭/୦୯) : ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୧୮ ତାରିଖ ସନ୍ଧ୍ୟା ପରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ, ୨ଟି ଜାଗାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ । ଏହା ବେଶି ଘନିଭୂତ ହେବାର ସମ୍ଭାବନା ନାହିଁ । ଅତି ବେଶିରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ କିନ୍ତୁ ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି, ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର l

ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଜଗତସିଂହପୁର ଜିଲ୍ଲାରେ ୭ ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ହେଲେ, ପୂର୍ବ ବର୍ଷା ତୁଳନାରେ ଏଥର କମ୍‌ ବର୍ଷା ରହିବ । ସେପରି ବର୍ଷା ହେବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ଆଜି କିମ୍ବା ଆସନ୍ତା କାଲି ଓଡ଼ିଶାରେ ବର୍ଷାର ସମ୍ଭାବନା ନାହିଁ । ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନ ବର୍ଷା ହେବାର ସମ୍ଭାବନା ନାହିଁ । ସେଠାରେ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ନଚେତ ବିକ୍ଷିପ୍ତ ଭାବେ ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ନାହିଁ । ଓଡ଼ିଶାରେ ବି ଆସନ୍ତା ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ବର୍ଷାର ସମ୍ଭାବନା ନାହିଁ ।