ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଆୟୋଜିତ

0
35
ଜିଲ୍ଲା ସ୍ତରୀୟ

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର/ଟିଟିଲାଗଡ, (୨୪/୦୧) : ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ -୨୦୨୪ ଟିଟିଲାଗଡ କ୍ଷୁଦ୍ର ଜଳ ସେଚନ ଉପବିଭାଜନ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ହୋଇଯାଇଛି ।

ଚାଲିଥିବା ଏହି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୪ ପାଳନ କାର୍ଯ୍ୟକ୍ରମ ସଭାରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ ବିଧାୟିକା ତଥା ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନ ସମାଗମ ସହ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଯୋଗ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଏହି ପକ୍ଷ ପାଳନ ଓ ସେ ନେଇ ସବିଶେଷ ବିବରଣୀ ଉପସ୍ଥାପନ କରାଯାଇଥିଲା ।