ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଲୁଟେରା

0
53
ଅବସରପ୍ରାପ୍ତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୨୭/୦୧) : ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ଘରେ କଳାକନା ବୁଲାଇଦେଲେ ଲୁଟେରା । ମାରଣାସ୍ତ୍ର ଦେଖାଇ ନେଇଗଲେ ଟଙ୍କା ଓ ସୁନା । ଘଟଣା ଘଟିଛି ପୁରୀ ଜିଲ୍ଲା ଅସ୍ତରଙ୍ଗ ଆଳସାହିରେ ।

ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ବିଷ୍ଣୁ ଚରଣ ମଲ୍ଲିକଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ କିଛି ଲୁଟେରା ଗ୍ରୀଲ ତାଡ଼ି ଘରେ ପଶିଥିଲେ । ପରେ ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଘରୁ ନଗଦ ଲକ୍ଷେ ଟଙ୍କା ଓ ସୁନାଅଳଙ୍କାର ନେଇ ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି । ଏନେଇ ବିଷ୍ଣୁ ଚରଣ ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାର ତଦନ୍ତ କରିବା ସହ ଲୁଟେରାଙ୍କୁ ଧରିବାକୁ ଛାନଭିନ୍ ଆରମ୍ଭ କରିଛି । ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ବିଷ୍ଣୁ ଚରଣ ମଲ୍ଲିକ କହିଛନ୍ତି, ଲୁଟେରାଙ୍କ ଚେହେରା ଆମର ମନେ ରହିଛି । ପୁଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଲୁଟେରାମାନେ ଧରାପଡ଼ିବେ ।