ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଠାବ

0
72
ହଷ୍ଟେଲ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କୋରାପୁଟ, (୧୧/୦୨) : କୋରାପୁଟ ଜିଲ୍ଲା ସୁନାବେଡା ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ଵ ବିଦ୍ୟାଳୟର ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଠାବ । ମୃତ ଛାତ୍ରୀ ଜଣକ ଘର କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଜଣାଯାଇଛି । ବିଶ୍ୱବିଦ୍ୟାଳୟରେ ଗଣିତ ବିଭାଗର ପ୍ରଥମ ବର୍ଷରେ ଛାତ୍ରୀ ଜଣକ ପଢ଼ୁଥିଲେ । ଛାତ୍ରୀ ଜଣଙ୍କ ଆଜି ସକାଳେ ନିଜ ରୁମର କବାଟ ଖୋଲି ନଥିଲେ । ଏନେଇ ସହପାଠୀମାନଙ୍କର ସନ୍ଦେହ ହୋଇଥିଲା । କବାଟ ବାଡ଼େଇ ଛାତ୍ରୀଙ୍କୁ ଡାକିଥିଲେ । ହେଲେ ଛାତ୍ରୀର ଜଣଙ୍କ କବାଟ ଖୋଲି ନଥିଲେ । ପରେ ସହପାଠୀମାନେ କବାଟ ତାଡ଼ି ଦେଇଥିଲେ । ଛାତ୍ରୀ ଜଣଙ୍କ ଫ୍ୟାନରେ ଝୁଲୁଥିବା ଦେଖିଥିଲେ ।

ଘଟଣା ସମ୍ପର୍କରେ ସହପାଠୀମାନେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏସଂପର୍କ ପୁଲିସକୁ ଜଣାଇବା ସହ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏହାସହ ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ମଧ୍ୟ ଖବର ଦିଆଯାଇଛି । ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ । ପୁଲିସ ଘଟଣାର ତଦନ୍ତ କରୁଛି ।