ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
54
ଜିଲ୍ଲାପାଳ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୨/୦୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବିନିକା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l

ଜିଲ୍ଲାପାଳ ଅନ୍ୟା ଦାଶ ଓ ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୭୫ଟି, ସାମୁହିକ ଦରଖାସ୍ତ ୧୮ଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୪୧ଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ୪ ଜଣଙ୍କୁ ସି ଏମ ଆର ଏଫ ରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି l ଶିବିରରେ ଜଣେ ଦିବ୍ୟାଙ୍ଗ ନାବାଳକ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ସହ ୩ ଚକିଆ ସାଇକେଲ ଓ ଅନ୍ୟ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ବସ ପାସ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀମଲ l ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକ, ବିନିକା ବ୍ଲକ ଅଧ୍ୟକ୍ଷା ଦିପ୍ତୀ ରେଖା ନନ୍ଦ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଜ଼ିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର , ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ, ବିନିକା ତହସିଲଦାର ସୀତାରାମ ଭୋଇ, ଏସ ଆଇ ଅନିଲ ବେହେରା ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l