ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ

0
83
ଆମ ଓଡ଼ିଶା

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୧୫/୦୨) : ଆଜି ଗଜପତି ଜିଲ୍ଲା, ଗୁମ୍ମା ବ୍ଲକ ଅନ୍ତର୍ଗତ ବୃଷବ ଗ୍ରାମ ଓ ଭାଇଜଲ ଗ୍ରାମରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଥିଲା।

ଏହି କାର୍ଯ୍ୟକ୍ରମ ରେ ବିଜେଡ଼ି ଯୁବନେତା ଇଂ ରୂପେଶ ପାଣିଗ୍ରାହୀ, ଏବଂ ଗୁମ୍ମା ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳ, ଏସ.ଡି.ସି ଅଧକ୍ଷ ମସୁଲାନ ରଇତ, ସରପଞ୍ଚ ସମିତି ଓ ବରିଷ୍ଠ ନେତା ଯୋଗଦେଇଥିଲେ । ଏହି ଶିବିର ରେ ଇଂ ରୂପେଶ ପାଣିଗ୍ରାହୀ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ, ଧାର୍ମିକ ସ୍ଥଳୀ ଗୁଡ଼ିକର ରୂପାନ୍ତରୀକରଣ, ମହିଳା ସଶକ୍ତିକରଣ ଓ ଭିତ୍ତିଭୂମିର ବିକାଶ, ବ୍ୟାଙ୍କିଙ୍ଗ ଭିତ୍ତିଭୂମିର ବିକାଶ, ପ୍ରାଥମିକ ବିଦ୍ୟାଳୟ ଗୁଡିକର ରୂପାନ୍ତରୀକରଣ, କ୍ରୀଡା ଭିତ୍ତିଭୂମିର ବିକାଶ, ଐତିହ୍ୟ ଭିତ୍ତିଭୂମିର ବିକାଶ, ସୁଗମ ପରିବହନ ବ୍ୟବସ୍ଥା ଏବଂ ଜନସାଦାରଣଙ୍କ ସହିତ ଭଲମନ୍ଦ ଆଲୋଚନା କରିଥିଲେ ।