ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ

0
68
ଆଜିଠୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୭/୦୨) : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି ।

ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି । ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ । ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ । ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଛି । ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଉଛନ୍ତି ।