ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ସୁଧ ଫେରସ୍ତ

0
49
ମୁଖ୍ୟମନ୍ତ୍ରୀ

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୨୭/୨) : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଆଭାସି ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ।WhatsApp Image 2024 02 27 at 18.32.41 ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ସୁଧ ଫେରସ୍ତ

ଏହି ଅବସରରେ ଗୁଣପୁର ମିଶନ ଶକ୍ତି ଭବନ ପରିସରରେ ଏକ ବିଶାଳ ସଭାର ଆୟୋଜନ ହୋଇଥିଲା । ଏହି ଅବସରରେ ଆଭାସି ମାଧ୍ୟମରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ । ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଚାଲିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତି ମା’ ମାନଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଅଛି । ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ପାର୍ଟନର ହୋଇଛନ୍ତି । ନୂଆ ଓଡିଶା ଗଠନରେ ସାମିଲ ହୋଇଛନ୍ତି । ଆଜି ମିଶନ ଶକ୍ତି ମା’ ମାନଙ୍କର ଭଲ କାମ ଦେଶ ବିଦେଶରେ ପହଞ୍ଚି ପାରିଛି । ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ ଦୁବାଇ ଓ ସିଙ୍ଗାପୁରକୁ exposure visit ରେ ଯାଉଥିବାରୁ ଖୁସି ବ୍ୟକ୍ତ କରି କହିଥିଲେ ଯେ ଆଗକୁ ଅଧିକରୁ ଅଧିକ ମା’ ମାନେ ବିଦେଶ ଯିବେ ବୋଲି କହିଥିଲେ ।

ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ SHG ରୁ SME ଆଡକୁ ଆଗଉଥିବାର ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ Corporate ଜଗତ ସହ ଯୋଡି ହୋଇଛନ୍ତି । ବିଜିନେସ୍‌ କରିବା ପାଇଁ ଆଗଉଛନ୍ତି । ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠିର ସଦସ୍ୟା ଓ ୧.୫ ଲକ୍ଷ ଏସ.ଏଚ୍.ଜି. ଲିଡର ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ସେ ଆହୁରି ମଧ୍ୟ କହିଥିଲେ ଯେ ମିଶନ ଶକ୍ତି ମା’ ମାନଙ୍କ ଦ୍ୱାରା ତିଆରି ଜିନିଷର ବିକ୍ରି ପାଇଁ ମିଶନ ଶକ୍ତି ବଜାର କରାଯାଉଛି ।

ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ଆଜି ଖୋଲାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outlet ଖୋଲାଯିବ। ଚଳିତ ବର୍ଷ ମିଶନ ଶକ୍ତି ମା’ ମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ ମାନଙ୍କୁ ଯୋଗାଇ ଦିଆଯିବ । ଏଣିକି ଓଡିଶାର ମା’ ମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ ଏବଂ ସମସ୍ତ ସୁଧ ରାଜ୍ୟ ସରକାର ଫେରସ୍ତ କରିବେ । ଏହା ଦ୍ୱାରା ମା’ ମାନଙ୍କର ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ ହେବ । ଆଜି ମିଶନ ଶକ୍ତି ମା’ ମାନେ ଓଡିଶାର ରୂପାନ୍ତରରେ ଯୋଗଦାନ ଦେଉଛନ୍ତି ବୋଲି ସେ କହିଥିଲେ ।

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ ଲିଡର ମାନେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରଶଂସା କରି ଖୁବ୍‌ ଶୀଘ୍ର ସେମାନେ ଖୁସି ଖବର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଗୁଣପୁର ରେ ମୂଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସୁଦର୍ଶନ ଶବର, ମୂଖ୍ୟ ବକ୍ତା ଭାବେ ଗୋଷ୍ଠି ଉନ୍ନୟନ ଅଧିକାରୀ ଶୁଭ୍ରାଞ୍ଜଳି ପ୍ରଧାନ , ସମ୍ମାନୀତ ଅତିଥି ଭାବେ ସିଡିପିଓ ସୁଷମା ପ୍ରସାଦ, ବି ଏଲ ଏଫ ପ୍ରେସିଡେଣ୍ଟ ମଞ୍ଜୁଶ୍ରୀ ପଟ୍ଟନାୟକ ଯୋଗ ଦେଇ ନିଜ ନିଜ ଅଭିଭାଷଣ ଦେବା ସହ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ, ପଶୁ ଚିକିତ୍ସକ, କୃଷି ବିଭାଗ, ଗଣ ଶିକ୍ଷା ବିଭାଗର କର୍ମକର୍ତ୍ତା ଓ ବ୍ଲକର ଶତାଧିକ ସି ଆର୍ ପି, ଏମ୍ ବି କେ, ବ୍ୟାଙ୍କ ମିତ୍ର, ବି ଏଲ ଏଫ ପ୍ରେସିଡେଣ୍ଟ ଓ ସେକ୍ରେଟାରୀ, ଇ ସି ମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଵେଵିରାଣୀ ନନ୍ଦ ପରିଚାଳନା କରିଥିବାବେଳେ ବି ପି ସି ମିଶନ ଶକ୍ତି ଜୟନ୍ତ ସେଠି ଧନ୍ୟବାଦ ଅର୍ପଣ କରିଥିଲେ ।