-5.7 C
Innichen
Saturday, January 22, 2022

କୋଭିଡ୍ ନିୟମ କୁ ପାଳନକରି ରାୟଗଡାରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ରିପୋର୍ଟ : ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼
ରାୟଗଡା,(୨୦/୦୯) : କୋଭିଡ୍ ନିୟମ କୁ ପାଳନକରି ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲ କୋର୍ଟ ପରିସରରେ ଆଜି ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।

କୋଭିଡ୍ ନିୟମ କୁ ପାଳନକରି ଏହି ଲୋକ ଅଦାଲତରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୬୩ ଟି ମାମଲାର ଫଇସଲା ହୋଇ ଟ.୫୧,୪୦,୬୯୩ ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୨ଟି ମାମଲାର ଫଇସଲା ହୋଇ ଟ.୧,୫୦,୦୦୦ ଟଙ୍କା ଆଦାୟ କରାଯାଇଛି ।

ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଂପାଦକ ଶ୍ରୀ ମନୋରଞ୍ଜନ ମିଶ୍ର ପରିଚାଳନା କରିଥିଲେ ।

ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଆଶିସ୍ କୁମାର ତ୍ରିପାଠି, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ହିମାଂଶୁ ଶେଖର ବ୍ରହ୍ମା, ରେଜିଷ୍ଟର ଶ୍ରୀମତି ପ୍ରତିମା ପାନ, ବରିଷ୍ଠ ଦଣ୍ଡାଧିକାରୀ ଶ୍ରୀ ମନୋରଞ୍ଜନ ଦାସ, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମତୀ ଶତରୂପା ଶତପଥୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନାଲ ଶର୍ମା, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ରାଜେନ୍ଦ୍ର କୁମାର ଦାସ, ପ୍ରଥମ ଶ୍ରେଣୀ ଦଣ୍ଡାଧିକାରି ଶ୍ରୀ ଗୁରିଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀ ଯୁଧିଷ୍ଠିର ଦଳେଇ ପ୍ରମୁଖ ଯୋଗଦେଇଥିଲେ ।

ରାଜ୍ୟ ସରକାରଙ୍କର କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ମାସ୍କ ପିନ୍ଧି, ସାମାଜିକ ଦୂରତ୍ବ ରକ୍ଷାକରି ଲୋକମାନେ ଏହି ଲୋକ ଅଦାଲତରେ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ।

Related Articles

Stay Connected

0FansLike
3,129FollowersFollow
19,100SubscribersSubscribe
- Advertisement -spot_img

Latest Articles