ସୁବର୍ଣ୍ଣପୁର ରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
50
ସୁବର୍ଣ୍ଣପୁର

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୪/୦୩) : ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ୟଶ ପ୍ରତାପ୍ ଶ୍ରୀମଲଙ୍କ ସୋନପୁର ବ୍ଲକ୍ ପାଇଁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସ୍ଥାନୀୟ ଜିଲ୍ଲାପରିଷଦ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2024 03 04 at 21.08.22 ସୁବର୍ଣ୍ଣପୁର ରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଏହି ଶିବିରରେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୪୪ଟି ଅଭିଯୋଗ ଦରଖାସ୍ତ ପଞ୍ଜୀକୃତ ହୋଇଥିଲା l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୬ଟି ସାମୁହିକ ଦରଖାସ୍ତ ୮ଟି ଦରଖାସ୍ତ ଗ୍ରହଣ କରିଥିଲେ l ଗ୍ରହଣ କରାଯାଇଥିବା ସମସ୍ତ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଶିବିରରେ ୨ ଟି ଅସହାୟ ପରିବାରକୁ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ବାସଲ୍ୟ ଯୋଜନା ଅଧୀନରେ ପୃଷ୍ଠପୋଷକତା ସହାୟତା ରାଶି ୬ ମାସ ନିମନ୍ତେ ଉଭୟ ପରିବାରକୁ ୨୪ ହଜାର ଟଙ୍କା ଲେଖାଁଏ ଅନ୍ୟ ୨ ଜଣ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଜଣକୁ ୩୦ ହଜାର ଓ ଅନ୍ୟ ଜଣକୁ ୫ ହଜାର ଟଙ୍କା ର ଆର୍ଥିକ ସହାୟତା ଜିଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l

ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନପୁର ଶଶି ଭୂଷଣ ପ୍ରଧାନ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ଵିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକ , ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ,ଜିଲ୍ଲା କୃଷି ଅଧିକାରୀ ଡଃ ବିଭୁତି ଭୂଷଣ ମିଶ୍ର, ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ହୃଷିକେଶ ଦାଶ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l