ଘାଟିରେ ଓଲଟିଲା OSRTC ବସ୍; ୧୫ ଆହତ

0
38
ଘାଟିରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବୌଦ୍ଧ, (୦୬/୦୩) : ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିଲା OSRTC ବସ୍ । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି ।

ବୌଦ୍ଧ-କନ୍ଧମାଳ ସୀମାନ୍ତ ଫୁଲବାଣୀ ରାଣୀପଥର ଘାଟିରେ ଏହି ଦୁର୍ଘଟଣା ଘଟିଛି । ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ସକାଳେ OSRTC ବସଟି ଫୁଲବାଣୀରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ରାଣୀପଥର ଘାଟିରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ୧୫ରୁ ଅଧିକ ଜଣ ଆହତ ହୋଇଛନ୍ତି । ବସର କାଚକୁ ଭାଙ୍ଗି ଯାତ୍ରମୀମାନଙ୍କୁ ଉଦ୍ଧାର କରାଯାଇଛି । ଆହତ ଯାତ୍ରୀମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସ୍‌ରେ ୪୫ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ଗାଡ଼ି ଛାଡି ଡ୍ରାଇଭର ଫେରାର ହୋଇଯାଇଥିଲା । ସୀମା ବିବାଦ ଯୋଗୁ ପୁଲିସ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନାହିଁ ।