ତରଭା ବ୍ଲକ ରେ ଜିଲ୍ଲା ପ୍ରଶାସନ ଦ୍ୱାରା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
43
ତରଭା ବ୍ଲକ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୧/୦୩) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l

ସୁବର୍ଣ୍ଣପୁରର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୁବର୍ଣ୍ଣପୁର ଉପଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୮ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ଗୋଟିଏ ଦରଖାସ୍ତ ତୁରନ୍ତ ସମାଧାନ କରାଯାଇଥିବାବେଳେ ଅନ୍ୟ ସମସ୍ତ ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ତରଭା ବିଡିଓ ଅନିଲ କୁଲୁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ଦୈତ୍ୟ ନାରାୟଣ ପାଢ଼ୀ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ , ଡି ଏସ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର ଙ୍କ ସହ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତରଭା ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l