ରାଜ୍ୟରେ ହେଲା ଆଉ ୨୨ ନୂଆ NAC

0
42
ରାଜ୍ୟରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୩/୦୩) : ରାଜ୍ୟରେ ଘୋଷଣା ହୋଇଛି ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି । ଏହାସହ ଭଞ୍ଜନଗର ଏନଏସି ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି । ସେଗୁଡ଼ିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓକାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି । ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥ ନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଗତମାସରେ ରାଜ୍ୟରେ ୩୫ଟି ନୂଆ NAC ଘୋଷଣା ହୋଇଥିଲା । ଆଜି ଘୋଷଣା ହୋଇଥିବା ଅଞ୍ଚଳ ଗୁଡ଼ିକ NAC ପାଇଁ ଦାବି ହୋଇଆସୁଥିଲା । ଏଥିପାଇଁ ବିଭିନ୍ନ ସ୍ଥାନରେ ବନ୍ଦ ଡାକରା ଦିଆଯିବା ସହ ଆନ୍ଦୋଳନ ମଧ୍ୟ କରାଯାଇଥିଲା ।