ଗୁଣାତ୍ମକ ଶିକ୍ଷା ଏବଂ ପ୍ରି -ମେଟ୍ରିକ୍ ସ୍କଲାରସିପ୍ ବିଷୟରେ ଜିଲ୍ଲା ପ୍ରଶାସନ ଏବଂ ପିରାମଲ୍ ଫାଉଣ୍ଡେସନ ତରଫରୁ କର୍ମଶାଳା ଅନୁଷ୍ଠିତ

0
34
ଗୁଣାତ୍ମକ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୧୫/୦୩) : କଳାହାଣ୍ଡି ଜିଲ୍ଲା ରେ କାର୍ଯ୍ୟରତ ଏନ୍ ଜି ଓ ମାନଙ୍କୁ ନେଇ ୧୪ ମାର୍ଚ୍ଚ ୨୦୨୪ ରେ ଡି ପି ଏମ୍ ୟୁ ସଭା ଗୃହ ରେ ଶ୍ରୀ ଶ୍ରୀକାନ୍ତ ଦଳେଇ, ଡେପୁଟି ଡାଇରେକ୍ଟର, ଡି ପି ଏମ୍ ୟୁ ଙ୍କ ଅଧ୍ୟକ୍ଷତାରେ ରେ କର୍ମଶାଳା ଆୟୋଜିତ ହୋଇଯାଇଛି ।WhatsApp Image 2024 03 15 at 10.46.11 ଗୁଣାତ୍ମକ ଶିକ୍ଷା ଏବଂ ପ୍ରି -ମେଟ୍ରିକ୍ ସ୍କଲାରସିପ୍ ବିଷୟରେ ଜିଲ୍ଲା ପ୍ରଶାସନ ଏବଂ ପିରାମଲ୍ ଫାଉଣ୍ଡେସନ ତରଫରୁ କର୍ମଶାଳା ଅନୁଷ୍ଠିତ

ଗୁଣାତ୍ମକ ଶିକ୍ଷା ଏବଂ ପ୍ରି -ମେଟ୍ରିକ୍ ସ୍କଲାରସିପ୍ ବିଷୟରେ ଜିଲ୍ଲା ପ୍ରଶାସନ ଏବଂ ପିରାମଲ୍ ଫାଉଣ୍ଡେସନ ତରଫରୁ କର୍ମଶାଳାରେ ଶ୍ରୀ ଅରବିନ୍ଦ ରାୟ, ଡବ୍ଲୁଓ, କଳାହାଣ୍ଡି, ଶ୍ରୀ ପବିତ୍ର ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, କଳାହାଣ୍ଡି, ଡାକ୍ତର କୁମୁଦିନୀ ମିଶ୍ର, ଜୀବିକା ଏକସ୍ପଟ, ଶ୍ରୀ ଈଶ୍ୱର ଚନ୍ଦ୍ର ବେହେରା, ବରିଷ୍ଠ ଶିକ୍ଷକ, ଡାଇଟ, ନିହାରିକା ଦେବୀ, ବରିଷ୍ଠ ଶିକ୍ଷକ, ଡାଇଟ, ଶ୍ରୀ ସୌମେନ୍ଦ୍ର ନାଥ ପଟ୍ଟନାୟକ, ପ୍ରୋଗ୍ରାମର, ଶ୍ରୀ ବିକ୍ରମ କିଶୋର ରଣା ଓ ଚାର୍ଲସ୍ ଜିମି, ପ୍ରୋଗ୍ରାମ ମାନେଜର, ପିରାମଲ୍ ଫାଉଣ୍ଡେସନ ତରଫରୁ ଉପସ୍ଥିତ ଥିଲେ । ପିରାମଲ ଫାଉଂଡେସନ ତରଫରୁ ଏହି କର୍ମଶାଳା ଟି ସଚଳା ବାରିକ୍ ଙ୍କ ଦ୍ଵାରା ଚେତନା ଗୀତ ସହ ଆରମ୍ଭ କରାଯାଇଥିଲା । ସମସ୍ତ ଅତିଥି ତାଙ୍କ ଅଭିଭାଷଣରେ ବାଳିକା ଶିକ୍ଷା, ଗୁଣାତ୍ମକ ଶିକ୍ଷାରେ ଏନ୍ ଜି ଓ ର ଯୋଗଦାନ ସହ ପ୍ରି- ମେଟ୍ରିକ ଛାତ୍ରବୃତ୍ତି ପାଇବାରେ କିପରି ସହାୟକ ହୋଇପାରିବେ ତାହା ଅତି ସୁନ୍ଦର ଭାବରେ ବର୍ଣନା କରିଥିଲେ । ଶ୍ରୀ ଶ୍ରୀକାନ୍ତ ଦଳେଇ, ଡେପୁଟି କଲେକ୍ଟର, ଏସ୍ ଡି ଜି ଲକ୍ଷ -୪ ବିଶେଷ ଆଲୋଚନା କରିବା ସହିତ କିପରି ତାହାର ସମସ୍ତ ଇଂଡିକେଟରକୁ ୨୦୩୦ ସୁଧା ହାସଲ କରାଯାଇ ପାରିବ ତାହା ଉପରେ ଆଲୋକପାତ କରିଥିଲେ ।

ଶ୍ରୀ ଅରବିନ୍ଦ ରାୟ, ଜିଲ୍ଲା ମଂଗଳ ଅଧିକାରୀ ପ୍ରାକ ଛାତ୍ରବୃତ୍ତି ପାଇ ଆମ ଅଂଚଳର ଅଭାବ ଗ୍ରସ୍ତ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ତାହା ଉପରେ ଆଲୋକପାତ କହିଥିଲେ । ନବମ ଏବଂ ଦଶମ ଶ୍ରେଣୀରେ ଅଧ୍ୟୟନ ରତ ଅନୁସୂଚୀତ ଜନଜାତି, ଅନୁସୂଚିତ ଜାତି, ଅନ୍ୟାନ୍ୟ ପଛୁଆ ବର୍ଗ /ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ, ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ସରକାରଙ୍କ ସ୍ୱତନ୍ତ୍ର ଛାତ୍ରବୃତ୍ତି ବ୍ୟବସ୍ଥା ରହିଛି ।

ନବମ ଏବଂ ଦଶମ ଶ୍ରେଣୀ ଛାତ୍ରବୃରି ପାଇବା ପାଇଁ ଯୋଗ୍ୟତା : –
୧. ଆବେଦନକାରୀ ଅନୁସୂଚୀତ ଜନଜାତି, ଅନୁସୂଚୀତ ଜାତି, ଅନ୍ୟାନ୍ୟ ପଛୁଆ ବର୍ଗ/ ସାମାଜିକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ କିମ୍ବା ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗ (ସାଧାରଣ ବର୍ଗ)ରେ ଅନ୍ତର୍ଭୁକ୍ତ ଥିବେ । ୨. ଆବେଦନକାରୀ ଓଡ଼ିଶାର ସ୍ଥାୟୀ ଅଧିବାସୀ ହୋଇଥିବେ । ୩. ଆବେଦନକାରୀଙ୍କ ପାରିବାରିକ ବାର୍ଷିକ ଆୟ ସମସ୍ତ ସୁତ୍ରରୁ ଟ.୨,୫୦,୦୦୦/-ଙ୍କା (ଦୁଇଲକ୍ଷ ପଚାଶ ହଜାର) ରୁ ଅଧିକ ହୋଇନଥୁବ । ୪. ଆବେଦନକାରୀ ମାନେ ବୈଧ UDISE CODE ପ୍ରାପ୍ତ ସରକାରୀ କିମ୍ବା ମାନ୍ୟତା ପ୍ରାପ୍ତ ବେସରକାରୀ ବିଦ୍ୟାଳୟରେ ପୁର୍ଣ କାଳୀନ ଭିତିରେ ଅଧ୍ୟୟନରତ ଥିବେ । ୫. ଅନ୍ୟାନ୍ୟ ପଛୁଆ ବର୍ଗ/ ସାମାଜିକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ କିମ୍ବା ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗ (ସାଧାରଣ ବର୍ଗ) ଛାତ୍ରଛାତ୍ରୀ ମାନେ କେବଳ ସରକାରୀ ବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ ହିଁ ଏହି ଛାତ୍ରବୃତ୍ତି ପାଇଁ ଯୋଗ୍ୟ ବିବେଚିତ ହେବେ ।

ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଆବେଦନ ପ୍ରକ୍ରିୟା ୧୫ ଡ଼ିସେମ୍ବର ୨୦୨୩ ରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ ଙ୍କ ମାଧ୍ୟମରେ ଆରମ୍ଭ ହୋଇଛି ।
ଆବଶ୍ୟକୀୟ ନଥିପତ୍ର : –
୧. ଆଧାର କାର୍ଡ ୨. ଜାତି ପ୍ରମାଣ ପତ୍ର ୩. ଆୟ ପ୍ରମାଣ ପତ୍ର ( ଟ. ୨,୫୦,୦୦୦ ରୁ କମ), ୪. ଆଧାର ସଂଯୋଗ ବ୍ୟାଙ୍କ ଖାତା ବୃତ୍ତିରାଶି ହାର (ଟଙ୍କାରେ) (ବାର୍ଷିକ) ଅନୁସୂଚୀତ ଜନଜାତି ବର୍ଗ ଦିବାଧ୍ୟାୟୀ -୩୦୦୦ ଏବଂ ଅନ୍ତେବାସୀ ୬୨୫୦ ଅନୁସୂଚୀତ ଜାତି ବର୍ଗ ଦିବାଧ୍ୟାୟୀ -୩୫୦୦ ଏବଂ ଅନ୍ତେବାସୀ ୭୦୦୦ ଅନ୍ୟାନ୍ୟ ପଛୁଆ ବର୍ଗ / ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ- ୪୦୦୦
ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗ (ସାଧାରଣ ବର୍ଗ)- ४००० ଅଭିଭାବକ ଏବଂ ଲୋକ ମାନଙ୍କର ସଚେତନତା ବଢିଲେ ଛାତ୍ରଛାତ୍ରୀ ମାନେ ଅଧିକରୁ ଅଧିକ ଛାତ୍ରବୃତ୍ତି ଆବେଦନ କରିପାରିବେ ବୋଲି ଆଶା ପୋଷଣ କରାଯାଇଥିଲା । ତେଣୁ ଏଦିଗରେ ସବୁ ଏନ୍ ଜି ଓ ମାନଙ୍କୁ ନିବେଦନ କରାଯାଇଛି କି ସେମାନେ ଏହି ବିଷୟରେ ଅଧିକ ଅଧିକ ଲୋକଙ୍କ ସଚେତନ କରାଇବେ । ଶେଷରେ ରିକେତା କୁମାରୀ ଦ୍ୱାରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇ କର୍ମଶାଳା ଶେଷ କରାଯାଇଥିଲା ।