ପ୍ରି -ମେଟ୍ରିକ୍ ସ୍କଲାରସିପ୍ ବିଷୟରେ ଜିଲ୍ଲା ପ୍ରଶାସନ ଏବଂ ପିରାମଲ୍ ଫାଉଣ୍ଡେସନ ତରଫରୁ କର୍ମଶାଳା ଅନୁଷ୍ଠିତ

0
32
ପ୍ରି -ମେଟ୍ରିକ୍

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୧୫/୦୩) : ଭବାନୀପାଟଣା -ଏସ୍ ଡି ଜି ଲକ୍ଷ -୩ ଉତ୍ତମ ସ୍ୱାସ୍ଥ୍ୟ ଏବଂ ପ୍ରି -ମେଟ୍ରିକ୍ ସ୍କଲାରସିପ୍ ବିଷୟରେ ଜିଲ୍ଲା ପ୍ରଶାସନ ଏବଂ ପିରାମଲ୍ ଫାଉଣ୍ଡେସନ ର ମିଳିତ ଆନୁକୂଲ୍ୟରେ ଏନ୍ ଜି ଓ ମାନଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।WhatsApp Image 2024 03 16 at 11.55.48 ପ୍ରି -ମେଟ୍ରିକ୍ ସ୍କଲାରସିପ୍ ବିଷୟରେ ଜିଲ୍ଲା ପ୍ରଶାସନ ଏବଂ ପିରାମଲ୍ ଫାଉଣ୍ଡେସନ ତରଫରୁ କର୍ମଶାଳା ଅନୁଷ୍ଠିତ

ଜିଲ୍ଲା ରେ କାର୍ଯ୍ୟରତ ଏନ୍ ଜି ଓ ମାନଙ୍କୁ ନେଇ ୧୫ ମାର୍ଚ୍ଚ ୨୦୨୪ ରେ ଡି ପି ଏମ୍ ୟୁ ସଭା ଗୃହ ରେ ଶ୍ରୀ ଶ୍ରୀକାନ୍ତ ଦଳେଇ, (ଡେପୁଟି ଡାଇରେକ୍ଟର) ଡି ପି ଏମ୍ ୟୁ ଙ୍କ ଅଧ୍ୟକ୍ଷତାରେ ରେ କର୍ମଶାଳା ଆୟୋଜିତ ହୋଇଯାଇଛି । ଏହି କର୍ମ ଶାଳାରେ ତୃପ୍ତି ଲକ୍ଷ୍ମୀ ମିଶ୍ର (ଡି.ପି.ଏମ-ସ୍ୱାସ୍ଥ୍ୟ ବିଭାଗ), କଳାହାଣ୍ଡି, ଶ୍ରୀ ବିଶ୍ୱନାଥ ଦାସ , ଡି.ପି.ଏମ(ଜିଲା ସମାଜ କଲ୍ୟାଣ ବିଭାଗ ), କଳାହାଣ୍ଡି, ଡାକ୍ତର କୁମୁଦିନୀ ମିଶ୍ର, ଜୀବିକା ଏକସ୍ପଟ, ଶ୍ରୀ ବିକ୍ରମ କିଶୋର ରଣା ଓ ଚାର୍ଲସ୍ ଜିମି, ପ୍ରୋଗ୍ରାମ ମାନେଜର, ପିରାମଲ୍ ଫାଉଣ୍ଡେସନ ତରଫରୁ ଉପସ୍ଥିତ ଥିଲେ ।

ପିରାମଲ ଫାଉଣ୍ଡେସନ ତରଫରୁ ଏହି କର୍ମଶାଳା ଟି ମହେଶ୍ୱର ମାଝୀଙ୍କ ଦ୍ଵାରା ଚେତନା ଗୀତ ସହ ଆରମ୍ଭ କରାଯାଇଥିଲା। ସମସ୍ତ ଅତିଥି ତାଙ୍କ ଅଭିଭାଷଣରେ ଉତ୍ତମ ସ୍ୱାସ୍ଥ୍ୟ, ଶିକ୍ଷାରେ ଏନ୍ ଜି ଓ ର ଯୋଗଦାନ ସହ ପ୍ରି- ମେଟ୍ରିକ ଛାତ୍ରବୃତ୍ତି ପାଇବାରେ କିପରି ସହାୟକ ହୋଇପାରିବେ ତାହା ଅତି ସୁନ୍ଦର ଭାବରେ ବର୍ଣନା କରିଥିଲେ । ଶ୍ରୀ ଶ୍ରୀକାନ୍ତ ଦଳେଇ, ଡେପୁଟି ଡିରେକଟର, ଏସ୍ ଡି ଜି ଲକ୍ଷ -3 ବିଶେଷ ଆଲୋଚନା କରିବା ସହିତ କିପରି ତାହାର ସମସ୍ତ ଇଂଡିକେଟରକୁ ୨୦୩୦ ସୁଧା ହାସଲ କରାଯାଇ ପାରିବ ତାହା ଉପରେ ଆଲୋକପାତ କରିଥିଲେ| ଶ୍ରୀ ବିଶ୍ୱନାଥ ଦାସ , ଡି.ପି.ଏମ(ଜିଲା ସମାଜ କଲ୍ୟାଣ ବିଭାଗ ) ଅପପୁଷ୍ଟିର କାରଣ ଓ ନିରାକରଣ ରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ରୁ ମିଳୁ ଥିବା ସରକାରୀ ସେବା ଉପରେ ଆଲୋକପାତ କରୀଥିଲେ ।

ସ୍ୱାସ୍ଥ୍ୟ ବିଭାଗରୁ ଆସିଥିବା ତୃପ୍ତି ମାଡାମ ଆମ ଜିଲ୍ଲାରେ ହେଉଥିବା ମାତୃ ଓ ଶିଶୁ ସୁରକ୍ଷା ବିଷୟରେ ଦିଆଯାଉଥିବା ସରକାରୀ ସେବା ଗୁଡିକ ବିଷୟରେ ବର୍ଣନା କରିଥିଲେ । ପିରାମଲ ଫାଉଣ୍ଡେସନ ରୁ ସଚଳା ବାରିକ ପ୍ରାକ ଛାତ୍ରବୃତ୍ତି ପାଇ ଆମ ଅଂଚଳର ଅଭାବ ଗ୍ରସ୍ତ ଛାତ୍ରଛାତ୍ରୀ କିପରି ଉପକୃତ ହୋଇପାରିବେ ତାହା ଉପରେ ଆଲୋକପାତ କରୀଥିଲେ । ନବମ ଏବଂ ଦଶମ ଶ୍ରେଣୀରେ ଅଧ୍ୟୟନ ରତ ଅନୁସୂଚୀତ ଜନଜାତି, ଅନୁସୂଚିତ ଜାତି, ଅନ୍ୟାନ୍ୟ ପଛୁଆ ବର୍ଗ /ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ, ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ସରକାରଙ୍କ ସ୍ୱତନ୍ତ୍ର ଛାତ୍ରବୃତ୍ତି ବ୍ୟବସ୍ଥା ରହିଛି ।

ନବମ ଏବଂ ଦଶମ ଶ୍ରେଣୀ ଛାତ୍ରବୃରି ପାଇବା ପାଇଁ ଯୋଗ୍ୟତା –
୧. ଆବେଦନକାରୀ ଅନୁସୂଚୀତ ଜନଜାତି, ଅନୁସୂଚୀତ ଜାତି, ଅନ୍ୟାନ୍ୟ ପଛୁଆ ବର୍ଗ/ ସାମାଜିକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ କିମ୍ବା ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗ (ସାଧାରଣ ବର୍ଗ) ରେ ଅନ୍ତର୍ଭୁକ୍ତ ଥିବେ । ୨. ଆବେଦନକାରୀ ଓଡ଼ିଶାର ସ୍ଥାୟୀ ଅଧିବାସୀ ହୋଇଥିବେ । ୩. ଆବେଦନକାରୀଙ୍କ ପାରିବାରିକ ବାର୍ଷିକ ଆୟ ସମସ୍ତ ସୁତ୍ରରୁ ଟ.୨,୫୦,୦୦୦/-ଙ୍କା (ଦୁଇଲକ୍ଷ ପଚାଶ ହଜାର) ରୁ ଅଧିକ ହୋଇନଥୁବ । ୪. ଆବେଦନକାରୀ ମାନେ ବୈଧ UDISE CODE ପ୍ରାପ୍ତ ସରକାରୀ କିମ୍ବା ମାନ୍ୟତା ପ୍ରାପ୍ତ ବେସରକାରୀ ବିଦ୍ୟାଳୟରେ ପୁର୍ଣ କାଳୀନ ଭିତିରେ ଅଧ୍ୟୟନରତ ଥିବେ । ୫. ଅନ୍ୟାନ୍ୟ ପଛୁଆ ବର୍ଗ/ ସାମାଜିକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ କିମ୍ବା ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗ (ସାଧାରଣ ବର୍ଗ) ଛାତ୍ରଛାତ୍ରୀମାନେ କେବଳ ସରକାରୀ ବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ ହିଁ ଏହି ଛାତ୍ରବୃତ୍ତି ପାଇଁ ଯୋଗ୍ୟ ବିବେଚିତ ହେବେ ।

ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଆବେଦନ ପ୍ରକ୍ରିୟା ୧୫ ଡ଼ିସେମ୍ବର ୨୦୨୩ ରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ ଙ୍କ ମାଧ୍ୟମରେ ଆରମ୍ଭ ହୋଇଛି ।
ଆବଶ୍ୟକୀୟ ନଥିପତ୍ର –
୧. ଆଧାର କାର୍ଡ
୨. ଜାତି ପ୍ରମାଣ ପତ୍ର
୩. ଆୟ ପ୍ରମାଣ ପତ୍ର ( ଟ. ୨,୫୦,୦୦୦ ରୁ କମ),
୪. ଆଧାର ସଂଯୋଗ ବ୍ୟାଙ୍କ ଖାତା
ବୃତ୍ତିରାଶି ହାର (ଟଙ୍କାରେ) (ବାର୍ଷିକ)
ଅନୁସୂଚୀତ ଜନଜାତି ବର୍ଗ ଦିବାଧ୍ୟାୟୀ -୩୦୦୦ ଏବଂ ଅନ୍ତେବାସୀ ୬୨୫୦
ଅନୁସୂଚୀତ ଜାତି ବର୍ଗ ଦିବାଧ୍ୟାୟୀ -୩୫୦୦ ଏବଂ ଅନ୍ତେବାସୀ ୭୦୦୦
ଅନ୍ୟାନ୍ୟ ପଛୁଆ ବର୍ଗ / ସାମାଜିକ
ଓ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ବର୍ଗ- ୪୦୦୦
ଆର୍ଥିକ କ୍ଷେତ୍ରରେ ଅନଗ୍ରସର ବର୍ଗ (ସାଧାରଣ ବର୍ଗ)- ४००० ଅଭିଭାବକ ଏବଂ ଲୋକ ମାନଙ୍କର ସଚେତନତା ବଢିଲେ ଛାତ୍ରଛାତ୍ରୀ ମାନେ ଅଧିକରୁ ଅଧିକ ଛାତ୍ରବୃତ୍ତି ଆବେଦନ କରିପାରିବେ ବୋଲି ଆଶା ପୋଷଣ କରାଯାଇଥିଲା ।

ତେଣୁ ଏଦିଗରେ ସବୁ ଏନ୍ ଜି ଓ ମାନଙ୍କୁ ନିବେଦନ କରାଯାଇଛି କି ସେମାନେ ଏହି ବିଷୟରେ ଅଧିକ ଅଧିକ ଲୋକଙ୍କ ସଚେତନ କରାଇବେ । ପିରାମଲ ଫାଉଂଡେସନରୁ ଉପାସନା ରୟ ପିରାମଲ ଫାଉଂଡେସନ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ସହ ମିଳିତ ଭାବରେ କରୁଥିବା କାର୍ଯ୍ୟ ଗୁଡିକ ବିଷୟରେ ବର୍ଣନା କରିଥିଲେ । ଶେଷରେ ପିୟୁଷ, ଗାନ୍ଧୀ ଫେଲୋ ଦ୍ୱାରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇ କର୍ମଶାଳା ଶେଷ କରାଯାଇଥିଲା ।