ମାଛ ଧରିବା ସମୟରେ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

0
65
ମାଛ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୁରଭଞ୍ଜ, (୨୬/୦୩) : ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୋନଡ୍ୟାମରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ।

ଶାଳଚୁଆ ଅଞ୍ଚଳର ଜଣେ ଯୁବକ ଡ୍ୟାମରେ ମାଛ ଧରିବା ସମୟରେ ମଳିଲା ମୃତଦେହ । ଡ୍ୟାମ ଭିତରେ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ ଯୁବକ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ ମହିଳାଙ୍କ ଶାଢ଼ୀ କାନିରେ ଏକ ବଡ଼ ପଥର ବନ୍ଧା ଯାଇଥିବା ଦେଖିବାକୁ ମିଳିଛି । ତେଣୁ ମହିଳାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।