ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଗଲା OSRTC ବସ୍‌

0
49
ବାଇକ୍‌

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୨୭/୦୩) : ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଗଲା OSRTC ବସ୍‌ । ଦୁର୍ଘଟଣାରେ ୨ଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି ।

ବଲାଙ୍ଗିର ସୋନପୁର ରାସ୍ତାର ଭଦ୍ରାପାଲି ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି । ମୃତକ ଦ୍ୱୟଙ୍କର ପରିଚୟ ମିଳିନାହିଁ । ଆଜି ଭୋର ସମୟରେ OSRTC ବସ୍‌ଟି ଫୁଲବାଣୀରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା । ଭଦ୍ରାପାଲି ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୨ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା । ପୁଇଁତଳା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ OSRTC ବସ୍‌ ଓ ତା’ର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।