ଆହୁରି କଲବଲ କରିବ ତାତି; ୪ରୁ ୫ଡିଗ୍ରୀ ବଢ଼ିପାରେ ତାପମାତ୍ରା

0
52
ଆହୁରି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୧/୦୪) : ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ତତଲା କଢେଇରେ ଛଟପଟ ହେଉଛନ୍ତି ରାଜ୍ୟବାସୀ ।

ଆହୁରି କଲବଲ କରୁଥିବା ତାତିରୁ ନିସ୍ତାର ପାଇଁ ରାଜ୍ୟବାସୀ ଆଉଟୁପାଉଟୁ ହେଉଥିବା ବେଳେ ଏବେ ସେଥିରୁ ମିଳିବନି ତ୍ରାହି । ତେବେ ୨ଦିନ ଭିତରେ ତାପମାତ୍ରା ୪ରୁ ୫ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ରାତି ତାପମାତ୍ରା ୨ରୁ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଢୁଥିବା ତାତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ହୋଇଛି । ଅଂଶୁଘାତ ଓ ଡାଇରିଆ ଭଳି ଅସୁସ୍ଥତା ଉପରେ ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଅଂଶୁଘାତ ଜନିତ ଅସୁସ୍ଥତାର ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ କୌଣସି ଅଘଟଣ ଏଡ଼ାଇବାକୁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଗତକାଲି ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଦଶମିକ ୭ ଡିଗ୍ରୀ ରେକର୍ଡ କରାଯାଇଥିଲା । ରାୟଗଡ଼ା ଓ ଝାରସୁଗୁଡ଼ାରେ ୩୮ ଦଶମିକ ୬, ବଲାଙ୍ଗିର ଓ ପାରଳାଖେମୁଣ୍ଡିରେ ତାପମାତ୍ରା ଥିଲା ୩୮ ଡିଗ୍ରୀ। ଭୁବନେଶ୍ୱରରେ ଗତକାଲି ତାପମାତ୍ରା ଥିଲା ୩୫ ଦଶମିକ ୨ ଡିଗ୍ରୀ ।