ଘରକୁ ଫେରୁଥିଲେ ବାପପୁଅ; ପିଟି ଦେଲା ଟିପ୍ପର

0
29
ଘରକୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୦୬/୦୪) : ସମ୍ପର୍କୀୟଙ୍କ ଘରୁ ହସଖୁସିରେ ବାଇକ୍‌ ଯୋଗେ ନିଜ ଘରକୁ ଫେରୁଥିଲେ ବାପପୁଅ। ହେଲେ ବାଟରେ ଘଟିଲା ଅଘଟଣ । ଆଉ ଏକସଙ୍ଗେ ଚାଲିଗଲେ ବାପପୁଅ ।

ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା । ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବରୁହାଁ ଛକ ନିକଟରେ ଘଟିଛି । ମୃତକଦ୍ୱୟ ହେଲେ ଶିମିଳିଆ ପଞ୍ଚାୟତ ଷଠିଆଟଗିରି ଗ୍ରାମର ସଇନ୍ଦା ଜେନା ଓ ତାଙ୍କ ପୁଅ ମୁନା ଜେନା । ଉଭୟ ଗତକାଲି ନିଜ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ସେଠାରୁ ସେମାନେ ଫେରିବା ବେଳେ ବରୁହାଁ ଛକ ନିକଟରେ ଏକ ଟିପ୍ପର ସେମାନଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ବାପାର ମୃତ୍ୟୁ ହୋଇଥିବା ବେଳେ ପୁଅକୁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।ଘଟଣାସ୍ଥଳରେ ସଦରଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।