ଗଛରେ ପିଟି ହେଲା ବସ୍‌; କଲେଜ ଛାତ୍ରଛାତ୍ରୀ ସମେତ ୧୦ ଆହତ

0
27
ଗଛରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୦୮/୦୪) : ରାସ୍ତାକଡ଼ରେ ଥିବା ଗଛକୁ ଭାରସାମ୍ୟ ହରାଇ ଧକ୍କା ଦେଲା ବସ୍‌ । ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି ।

ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜି. ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତମାନଙ୍କ ମଧ୍ୟରେ କଲେଜ ଛାତ୍ରଛାତ୍ରୀ ଥିବା ଜଣାପଡ଼ିଛି । ଆଜି ଦିନ ପ୍ରାୟ ୧୧ଟା ସମୟରେ ଚିକମିକ ନାମକ ଯାତ୍ରୀବାହୀ ବସ୍‌ଟି ଭଞ୍ଜନଗରରୁ ବୁଗୁଡ଼ା ଅଭିମୁଖେ ଆସୁଥିଲା । ଜି.ନୂଆଗାଁ ବ୍ରିଜ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଦୁର୍ଘଟଣାରେ କଲେଜ ଛାତ୍ରଛାତ୍ରୀଙ୍କ ସମେତ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ । ଚାଳକ ମଦ ପିଇ ଗାଡ଼ି ଚଲାଇବା ଯୋଗୁ ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି । ପୁଲିସ ଦୁର୍ଘଟଣାଗ୍ରସ୍ତ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ।