ପାହାଡ ସହ ପିଟି ହେଲା ବସ୍ ; ୨୦ ଆହତ

0
29
ପାହାଡ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୂରଭଞ୍ଜ, (୦୮/୦୪) : ମୟୁରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପାହାଡ ରେ ପିଟି ହେବାରୁ ଡ୍ରାଇଭର ସହ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତ ମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବସ୍‌ ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି । ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ତାଙ୍କ ଘର ରାଉରକେଲା ଅଞ୍ଚଳର ବୋଲି ଜଣାଯାଇଛି । ଆଗକୁ ଇଦ୍ ପର୍ବ ଥିବାରୁ ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ଅନେକ ମୁସଲମାନ ଯାତ୍ରୀଙ୍କୁ ଧରି ବସ୍‌ଟି ରାଉରକେଲାରୁ ବାହାରି ମୁସିଦାବାଦ ଅଭିମୁଖେ ଯାଉଥିଲା । ଆଜି ସକାଳେ ବାଙ୍ଗିରିପୋଷି ଘାଟିରେ ବସ୍‌ଟି ରାସ୍ତାକଡ଼ରେ ଥିବା ପାହାଡ ସହ ପିଟି ହୋଇଯାଇଥିଲା ।

ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସହ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସ୍ ଭିତରେ ଡ୍ରାଇଭର ଚାପି ହୋଇଯାଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି କଟର ସାହାଯ୍ୟରେ କାଟି ତାଙ୍କୁ ବାହାର କରିଥିଲେ।ବସରେ ପ୍ରାୟ ୮୦ ଜଣ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ।