ରାଜଧାନୀରୁ ମିଳିଲା ମହିଳା ଖେଳାଳିଙ୍କ ମୃତଦେହ; ହତ୍ୟା ନା ଆତ୍ମହତ୍ୟା ସସ୍‌ପେନ୍ସ

0
34
ରାଜଧାନୀରୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର , (୦୯/୦୪) : ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି ।

ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ । ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି । ବରଗଡ଼ ଥାନା ପୁଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୁଲିସ ।ସରୋଜିନୀ ଜଣେ ରାଜ୍ୟସ୍ତରୀୟ ବକ୍ସିଂ ଓ ଖେଖୋ ଖେଳାଳି । ଗତ କିଛି ବର୍ଷ ହେବ ସେ ରାଜଧାନୀରେ ରହିବା ସହ କଟକ ରୋଡ୍ ରେ ଏକ ବାଇକ୍ ସୋ-ରୁମ୍ ରେ ଚାକିରି କରୁଥିଲେ । ତେବେ କିପରି ଓ କେଉଁ ପରିସ୍ଥିତିରେ ତାଙ୍କ ମୃତ୍ୟୁ ଘଟିଲା ତାହା ଏବେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଝିଅ ମୃତ୍ୟୁ ଖବର ପାଇ ସରୋଜିନୀଙ୍କ ପରିବାର ଲୋକେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ତେବେ ସେମାନେ ବି ଏହାର ପଛର କାରଣ ସ୍ପଷ୍ଟ ଭାବେ କହି ପାରୁ ନ ଥିବା ବେଳେ ଝିଅର କାହା ସହ ଶତ୍ରୁତା ନ ଥିବା କହିଛନ୍ତି । ପୁଲିସ୍‌ ସରୋଜିନୀଙ୍କ କଲ୍‌ ଡିଟେଲ୍ସ ଯାଞ୍ଚ କରିବା ସହ ତାଙ୍କ ସାଙ୍ଗସାଥୀ ଓ ସହଯୋଗୀଙ୍କୁ ପଚରାଉଚରା କରୁଛି ।