ଟ୍ୱିନ ସିଟିରେ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0
35
ଟ୍ୱିନ ସିଟି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୧/୦୪) : ଟ୍ୱିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲ୍ଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ବାୟୁ ମଣ୍ଡଳର ମଧ୍ୟ ଏବଂ ଉପରିଭାଗର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଆଜି ୧୦ ଜିଲ୍ଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ । ଏନେଇ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼ । ଏହିସବୁ ଜିଲ୍ଲାରେ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାର କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।

ସୂଚନାଯୋଗ୍ୟ, ବର୍ଷା ଯୋଗୁଁ ୩ ରୁ ୪ ଦିନ ହେଲାଣି ରାଜ୍ୟରେ ଖରାର ପ୍ରକୋପ କମିଛି। ତେବେ ୧୩ ତାରିଖ ପରଠାରୁ ପରବର୍ତ୍ତୀ ୨ଦିନ ମଧ୍ୟରେ ରାଜ୍ୟରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ଅଞ୍ଚଳରେ ୪୦ଡ଼ିଗ୍ରୀ କିମ୍ବା ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି ।