ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଖସିଲା ଟ୍ରକ୍

0
23
ବିଦ୍ୟୁତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୨/୦୪) : ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଓଲଟି ପଡିଲା କଦଳୀ ବୋଝେଇ ଟ୍ରକ । ଫଳରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି ।

ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା । ଗେଲପୁର ଛକ ନିକଟରେ ଟ୍ରକଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ହେଲପର ଓ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି।