କୋଠଘରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

0
27
କୋଠଘରୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୧୨/୦୪) : କୋଠଘର ଭିତରୁ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି । କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ନୂଆସାହିରେ ଥିବା କୋଠଘରେ ଏହି ଘଟଣା ଘଟିଛି ।

କୋଠଘରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣଙ୍କ ଶୀତଳ ସାହୁ । ଆଜି ସକାଳେ କୋଠ ଘର କବାଟରେ ରକ୍ତ ଛିଟା ଲାଗିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ କବାଟ ତାଡି ଶୀତଳଙ୍କ ମୃତଦେହ ଉଦ୍ଧାର କରିଥିଲା । ଶୀତଳଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଛି । ଶୀତଳଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି କୋଠ ଘର ଭିତରେ ପକାଇ ଦେଇ ଚାଲିଯାଇଥିବା ସନ୍ଦେହ କରାଯାଉଛି । ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି । ଶୀତଳଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ କିମ୍ବା ପୁଲିସର କୌଣସି ପ୍ରତିକ୍ରିୟା ମିଳିନାହିଁ ।