କଲବଲ କରୁଛି ତାତି; ସାଢ଼େ ୮ଟା ସୁଦ୍ଧା ୩୨ ଡିଗ୍ରୀ ଟପିଲା ପାରଦ

0
22
କଲବଲ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୫/୦୪) : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି ।

କଲବଲ କରୁଛି ତାତି, ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ୱର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ ଡିଗ୍ରୀ, ସମ୍ବଲପୁର ୩୦ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଅନ୍ୟ ପକ୍ଷରେ ଆସନ୍ତା ୫ ଦିନ ଯାଏ ଦିନ ତାପମାତ୍ରା ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଗ୍ରୀଷ୍ମପ୍ରବାହ ନେଇ ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର।