ଜୁଲାଇ ୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

0
25
ଜୁଲାଇ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୧୬/୦୭) : ଆସନ୍ତା ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ସେଥିପାଇଁ ଆଜି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ।

ବୈଠକରେ ପୁରୀ ଏସପିଙ୍କ ସମେତ ପରିଚାଳନା କମିଟିର ସଦସ୍ୟ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ । ତେବେ ଚଳିତବର୍ଷ ରଥଯାତ୍ରାରେ ଭକ୍ତଙ୍କ ପ୍ରବଳ ଭିଡ ହେବା ଅନୁମାନ କରି ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନିଜନିଜର ଖସଡା ପ୍ରସ୍ତୁତ କରିବାକୁ ପୂର୍ବ ବୈଠକରେ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବିଶେଷକରି ସ୍ୱାସ୍ଥ୍ୟ ସେବା,ରାସ୍ତାଘାଟ,ବିଦ୍ୟୁତ, ଡ୍ରେନେଜ, ପାନୀୟ ଜଳ ଯୋଗାଣ ଉପରେ ବିଶେଷ ଗୁରୁତ୍ୱ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ କଡା ନିର୍ଦ୍ଦେଶ ଦେଇଥିଲେ । ସେପଟେ ପଞ୍ଜିକା ଅନୁଯାୟୀ ଚଳିତବର୍ଷ ରଥଯାତ୍ରା ଦିନ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ପଡୁଥିବାରୁ କିଭଳି ସମସ୍ତ ନୀତିକାନ୍ତି ହେବ ସେନେଇ ଚିନ୍ତାରେ ଶ୍ରୀମନ୍ଦିର ପ୍ରଶାସନ ।

Leave a Reply