କଲବଲ କରୁଛି ତାତି; କାଲିଠୁ ସ୍କୁଲ ଛୁଟି

0
23
କଲବଲ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୭/୦୪) : ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି । ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି ।

କଲବଲ କରୁଛି ତାତି । ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦେଖି ଆସନ୍ତା ୩ ଦିନ ଯାଏ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । କାଲିଠୁ ୨୦ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

Leave a Reply