ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା କୋଇଲା ବୋଝେଇ ଟ୍ରକ୍

0
11
ସାଇକେଲ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୧୯/୦୪) : ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା କୋଇଲା ବୋଝେଇ ଟ୍ରକ୍। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ କାଠ ସଂଗଡା ଗାଁ’ର ।

ଆଜି ସକାଳେ ସାଇକେଲ ଆରୋହୀ ଜଣଙ୍କ ବାଲେଶ୍ୱର ଅଭିମୁଖେ ଯାଉଥିଲେ । ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଚମ୍ପଟ ମାରିଥିଲା। ସ୍ଥାନୀୟ ଲୋକେ ଗାଡ଼ିକୁ ପିଛା କରି ପୁଲିସ ଜିମାରେ ଦେଇଥିଲେ । ପୁଲିସ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି । ପରିବାର ଲୋକେ ଓ ଗ୍ରାମବାସୀ ମୃତଦେହକୁ ରାସ୍ତା ଉପରେ ରଖି କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ୧୬ ଅବରୋଧ କରିଛନ୍ତି । ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ।

Leave a Reply