୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ

0
15
୨୦ ହଜାର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବୌଦ୍ଧ, (୨୦/୦୪) : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ଆଜି ଜୈନିକ ଶିକ୍ଷୟତ୍ରୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ

ଶିକ୍ଷୟତ୍ରୀ ଅନୁଷୟା ନାୟକ ଙ୍କ ପ୍ରୋସିଡ଼ିଙ୍ଗ ଫାଇଲ କ୍ଲିଅର କରିବା ପାଇଁ ୪୦ ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସ ର ଦ୍ବାରସ୍ଥ ହୋଇଥିଲେ । ଆଜି ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ । ଏହା ସହିତ ବରିଷ୍ଠ କିରାଣୀଙ୍କ ବାସ ଭବନରେ ମଧ୍ୟ ଭିଜିଲାନ୍ସ ବିଭାଗ ଦ୍ୱାରା ବିଭିନ୍ନ କାଗଜ ପାତ୍ର ଯାଞ୍ଚ କରୁଥିବା ବେଳେ ବିଭାଗ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ ।

Leave a Reply