ଭ୍ୟାନ୍‌-ଟ୍ରକ୍ ଧକ୍କା: ୯ ମୃତ, ଜଣେ ଗୁରୁତର

0
15
ଭ୍ୟାନ୍‌

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାଜସ୍ଥାନ, (୨୧/୦୪) : ରାଜସ୍ଥାନ ର ଝାଲାୱାଡ଼ରେ ଶନିବାର ବିଳମ୍ବିତ ରାତିରେ ଏକ ଭ୍ୟାନ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।

ସମସ୍ତ ମୃତାହତ ଭ୍ୟାନ୍‌ରେ ବସିଥିଲେ । ସେମାନେ ମଧ୍ୟପ୍ରଦେଶର ଖିଲଚିପୁରରୁ ଏକ ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ । ୫୨ ନମ୍ବର ଜାତୀୟ ରାଜପଥରେ ଅକଲେରା ପାଖରେ ଏହି ଦୁର୍ଘଟଣା ଘଟିଥିଲା। ଉଭୟ ଭ୍ୟାନ୍ ଓ ଟ୍ରକ୍ ଦ୍ରୁତ ଗତିରେ ଯାଉଥିଲେ ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ଭ୍ୟାନ୍‌ଟି ପୂରା ଚୁନା ହୋଇଯାଇଛି। ଦୁର୍ଘଟଣାପରେ ଆଖପାଖରେ ଥିବା ଲୋକେ ସମସ୍ତଙ୍କୁ ଭ୍ୟାନ୍‌ରୁ ଉଦ୍ଧାର କରିଥିଲେ। ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା । ଏହି ଦୁର୍ଘଟଣା ପରେ ଟ୍ରକ୍ ଚାଳକ ଫେରାର ହୋଇଯାଇଥିଲେ। ତେବେ ପୁଲିସ୍ ତାଙ୍କୁ ଠାବ କରି ଅଟକ ରଖିଛି। ପୁଲିସ୍ ଘଟଣାର ଅଧିକ ତଦନ୍ତ କରୁଛି।