୨୫ରୁ ଖରା ଛୁଟି

0
25
୨୫ରୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୦୪) : ଚଳିତ ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

୨୫ରୁ ଖରା ଛୁଟି । ଆସନ୍ତା କାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ । ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ ଉଲ୍ଲେଖ କରାଯାଇଛି।ରାଜ୍ୟରେ ସପ୍ତାହେ ହେଲାଣି ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି ।

ଏହାକୁ ଦୃଷ୍ଟିରେ ରଖି ଗତ ୧୮ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ୩ ଦିନ ପାଇଁ ସମସ୍ତ ସ୍କୁଲ୍‌ଗୁଡ଼ିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଥିଲେ। ଆଜିଠାରୁ ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବ । ତେଣୁ ପାଗ ଟିକେ ଭଲ ରହିପାରେ । କିନ୍ତୁ ୨୫ ତାରିଖରୁ ପୁଣି ଖରାର ପ୍ରକୋପ ଅନୁଭୂତ ହୋଇପାରେ । ଏପ୍ରିଲ ୨୬ରୁ ମେ’ ୨ ପର୍ଯ୍ୟନ୍ତ ପୁଣି ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାକୁ ଦୃଷ୍ଟିରେ ରଖି ସରକାର ଆଜି ସ୍କୁଲ ଗୁଡ଼ିକୁ ଖରା ଛୁଟି ଘୋଷଣା କରିଛନ୍ତି ।

Leave a Reply