୩ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍

0
16
୩

ରିପୋର୍ଟ : ଓଡିଶା ନ୍ୟୁଜନ ୨୪ ବ୍ୟୁରୋ //
ସୁନ୍ଦରଗଡ, (୨୬/୦୪) : ୩ ଜଣ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି ।

ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ଗତକାଲି ବିଳମ୍ବିତ ରାତିରେ ୩ଜଣ ଯୁବକ ଏକ ବାଇକ୍ ଯୋଗେ ଯାଉଥିଲେ। ଏହି ସମୟରେ ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଥିଲା ।

ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଆଜି ସକାଳେ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଯାତାୟାତ ପ୍ରଭାବିତ ହୋଇଛି । ଉଭୟ ପଟରେ ଗାଡ଼ି ମଟର ଅଟକି ରହିଛି । ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ।

Leave a Reply