ଘାଟିରେ ହେଲା ବ୍ରେକ୍ ଫେଲ୍‌, ଟ୍ରକ୍‌କୁ ପିଟିଲା ଟ୍ରକ୍‌

0
19
ଘାଟିରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ, (୦୧/୦୫) ସୁନ୍ଦରଗଡ ଜିଲ୍ଲା କେବଲାଙ୍ଗ ଥାନା ଚୁନାଘାଟିରେ ଘଟିଛି ଗତ ରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି ।

ଘାଟିରେ ବ୍ରେକ୍ ଫେଲ୍‌ ହୋଇଥିବା ଏକ ଲୁହା ପଥର ବୋଝେଇ ଟ୍ରକ୍‌ ଆଗରେ ଯାଉଥିବା ଏକ ଟ୍ରକ୍‌କୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଟ୍ରକ୍‌ଟି ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଚୂରମାର ହୋଇ ଯାଇଥିବା ବେଳେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଗତକାଲି ରାତିରେ ଚୁନାଘାଟିରେ ଏକ ଲୁହା ପଥର ବୋଝେଇ ଟ୍ରକ୍‌ ଯାଉଥିବା ବେଳେ ତାହା ହଠାତ୍‌ ବ୍ରେକ୍‌ ଫେଲ୍‌ ହୋଇଥିଲା । ଫଳରେ ଟ୍ରକ୍‌ଟି ଆଗରେ ଯାଉଥିବା ଟ୍ରକ୍‌କୁ ପିଟିବା ସହ ବହୁ ବାଟ ଘୋଷାଡ଼ି ହୋଇ ଯାଇଥିଲା । ଏହି ଦୁର୍ଘଟଣାରେ ଧକ୍କା ଦେଇଥିବା ଟ୍ରକ୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ବେଳେ ତା’ ଭିତରେ ଡ୍ରାଇଭର ଓ ହେଲପର ଚାପି ହୋଇ ରହି ଯାଇଥିଲେ ।

ଖବର ପାଇ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ତୁରନ୍ତ ଟ୍ରକ୍‌କୁ କାଟି ଉଭୟ ଡ୍ରାଇଭର ଓ ହେଲପରଙ୍କୁ ବାହାର କରା ଯାଇଥିଲା । ମାତ୍ର ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇ ଯାଇଥିବା ବେଳେ ହେଲପରଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଭୟ ଡ୍ରାଇଭର ଓ ହେଲପରଙ୍କ ପରିଚୟ ମିଳିନି ।