ଦେହ ବ୍ୟବସାୟ ସନ୍ଦେହରେ ଦୁଇ ଜଣ ମହିଳା ସମେତ ଦୁଇ ଜଣ ଯୁବକକୁ ମାଡ଼

0
18
ଦେହ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୦୨/୦୫) : ଦେହ ବ୍ୟବସାୟ ସନ୍ଦେହରେ ଦୁଇ ଜଣ ମହିଳା ସମେତ ଦୁଇ ଜଣ ଯୁବକକୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ । ବାଲେଶ୍ବର ଜିଲ୍ଲା ଭୋଗରାଇ ଥାନା ଲକ୍ଷ୍ମୀପାଟଣା ଗାଁ’ରେ ଏକ କୁଡିଆ ଘରେ ସେକ୍ସ ରାକେଟ ଚାଲିଥିବା ଅଭିଯୋଗ ହୋଇଛି ।

ପଶ୍ଚିମବଙ୍ଗର ଜଣେ ଯୁବକ ଆସି କିଛି ମହିଳାଙ୍କୁ ରଖି ଦେହ ବ୍ୟବସାୟ କରୁଥିବା ଅନୁମାନ କରି ବାରମ୍ବାର ବିରୋଧ କରୁଥିଲେ ଗ୍ରାମବାସୀ । ଶେଷରେ ଗାଁ’ର ମହିଳା ଓ ପୁରୁଷ ଏକାଠି ହୋଇ ଘରର କବାଟ ଭାଙ୍ଗି ୪ ଜଣ ମହିଳା ଓ ପୁରୁଷଙ୍କୁ ଘରୁ ଟାଣିନେଇଥିଲେ । ଗଛରେ ବାନ୍ଧିବା ସହ ନିର୍ଧୁମ ମାଡ଼ ଦେଇଥିଲେ । ଭୋଗରାଇ ପୋଲିସ ଗ୍ରାମବାସୀଙ୍କ କବଳରୁ ୪ ଜଣଙ୍କୁ ଉଦ୍ଧାର କରିଛି । କିନ୍ତୁ ଉତ୍ତେଜନା ପ୍ରକାଶ ପାଇବା ସହ ପୋଲିସ ଗାଡ଼ିକୁ ଅଟକ ରଖିଛନ୍ତି ଗ୍ରାମବାସୀ ।