ଆଜି ବି ଟାଣ ଖରା: ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

0
21
ଆଜି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୫) : ରାଜ୍ୟରେ ଗ୍ରୀଷ୍ମ ଲହରୀ ଭିତରେ ଗତକାଲି ହୋଇଥିବା କାଳ ବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି । କିନ୍ତୁ ଆଜି ମଧ୍ୟ ଖରା ପ୍ରକୋପ ଜାରି ରହିବ ।

ହିଟୱେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ମଧ୍ୟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଗତକାଲି ୪୫ ଡିଗ୍ରୀ ସହ ତାଳଚେର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ୨୮ଟି ସହରରେ ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଥିଲା । ଅପରାହ୍ଣରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପବନ ସହ କୁଆପଥର ହୋଇଥିଲା । ଫଳରେ ରାଜ୍ୟବାସୀ ଗୁଳିଗୁଳି ଓ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା ।