ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

0
23
ଆଜି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ
ବଲାଙ୍ଗୀର, (୦୨/୦୫) : କଣ୍ଟାବାଞ୍ଜି ବିଧାନସଭା ଆସନରୁ ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ।

ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ । ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ । ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।ସୂଚନାଯୋଗ୍ୟ, ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ । ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଭରିଥିଲେ । ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ତାରା ତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ । ତାଙ୍କ ସହ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।