ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

0
24
ଟ୍ରକକୁ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୦୨/୦୫) : ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ରାତି ୩ଟା ସମୟରେ ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲେ । ବରୁଣଗଡିଆ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବସଟି ପଛରୁ ଧକ୍କା ଦେଇଥିଲା । ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ଵର ହସ୍ପିଟାଲରେ ଭର୍ତ୍ତି କରିଛି । ବସ୍‌ରେ ୬୦ରୁ ଅଧିକ ଯାତ୍ରୀ ଥିଲେ । ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ।