ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍‌

0
14
ଡିଭାଇଡର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୦୪/୦୫) : ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍‌। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଇନ୍ଦିରା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଆଜି ଦାକ୍ଷାୟାନୀ ନାମକ ଯାତ୍ରୀବାହୀ ବସ୍ ବାଲେଶ୍ୱରରୁ କୋଲକତା ଅଭିମୁଖେ ଯାଉଥିଲା । ବସ୍ ରାତି ପ୍ରାୟ ଗୋଟାଏ ସମୟରେ ବସ୍ ରାତି ପ୍ରାୟ ଗୋଟାଏ ସମୟରେ ବସଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା । ସୌଭାଗ୍ୟ ବଶଃତ ବଡ଼ ଦୁର୍ଘଟଣାରୁ ବସ୍‌ରେ ଥିବା ୫୦ ଯାତ୍ରୀ ବର୍ତ୍ତି ଯାଇଥିଲେ।ଡ଼୍ରାଇଭରଙ୍କ ଆଖି ଲାଗି ଯାଇଥିବାରୁ ଏପରି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ୍‌ରେ ସେମାନଙ୍କ ଗନ୍ତ୍ୟବସ୍ଥଳକୁ ପଠାଯାଇଥିଲା । ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ବସ୍ତା ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ।

Leave a Reply