ଶୌଚ ପାଇଁ ଯିବା ବେଳେ ମାଡ଼ିଗଲା ଅଜଣା ଗାଡ଼ି

0
15
ଶୌଚ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୦୭/୦୫) : ଶୌଚ ପାଇଁ ଯାଉଥିବା ବେଳେ ଯୁବକଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି। ବଲାଙ୍ଗିର ଜିଲ୍ଲା ସିଂଧେକେଲା ଥାନା ଅନ୍ତର୍ଗତ ଶୁଣ୍ଢିମୁଣ୍ଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ମୃତ ଯୁବକ ଜଣକ ହେଲେ ଶୁଣ୍ଢିମୁଣ୍ଡା ଗାଁର ଭୂଦେବ ଗହୀର । ଆଜି ସକାଳେ ଭୂଦେଵ ଶୌଚ ହେବା ପାଇଁ ଜାତୀୟ ରାଜପଥ ୧୬ ପାର ହୋଇ ଯାଉଥିଲେ । ଏହି ସମୟରେ ଏକ ଅଜଣା ଗାଡ଼ି ଦ୍ରୁତ ଗତିରେ ଆସି ଧକ୍କା ଦେଇ ପଳାଇଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । କ୍ଷତିପୂରଣ ଦାବିରେ ପରିବାର ଲୋକେ ଓ ଗ୍ରାମବାସୀ ମିଶି ଶୁଣ୍ଢିମୁଣ୍ଡା ଗାଁ ଛକରେ ରାସ୍ତାରୋକ କରିଛନ୍ତି । ଫଳରେ ନୂଆପଡା ଜିଲ୍ଲା ଖଡ଼ିଆଳରୁ କଳାହାଣ୍ଡି ଜିଲ୍ଲାକୁ ଯାତାୟତ ଠପ୍ ହୋଇଯାଇଛି। ସିଂଧେକେଲା ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି । ଯାତାୟତ ଠପ୍ ହୋଇଯାଇଥିବାରୁ ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଛି ।

Leave a Reply