ବଦଳିଲା ପାଗର ମିଜାଜ; ଟ୍ୱିନ୍ ସିଟିରେ ବର୍ଷା

0
18
ବଦଳିଲା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୭/୦୫) : ରାଜ୍ୟରେ ବଦଳିଛି ପାଗର ମିଜାଜ୍। ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା । ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ ହାଲୁକା ବର୍ଷା ହୋଇଛି ।

ବଦଳିଲା ପାଗର ମିଜାଜ; ଟ୍ୱିନ୍ ସିଟିରେ ବର୍ଷା । ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ ।

ସେହିପରି ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି । ସୂଚନାଯୋଗ୍ୟ, ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା ।

Leave a Reply