ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ କରିବ ଚଷା ପୁଅ

0
18
ଆଜି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୧୦/୦୫) : ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଛି । ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ । ଶ୍ରୀମନ୍ଦିରରୁ ବିମାନ ବିଜେ କରିବା ପରେ ରଥଖଳାରେ ବନଯାଗ ବିଧିରେ ପୁଜାର୍ଚ୍ଚନା କରାଯି ବ। ତା’ପରେ ବ୍ରାହ୍ମଣ ମାନେ କୁରାଢିରେ କାଠକୁ ଛୁଇଁବେ । ସମସ୍ତ ମହାରଣା ଓ ଭୋଇ ସର୍ଦ୍ଦାର, ରୂପକାର, ଚିତ୍ରକାର, ମୁଖ୍ୟ ସେବାୟତଙ୍କୁ ଶାଢି ବନ୍ଧାଯିବ। ଏହାପରେ ଆରମ୍ଭ ହେବ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ନିର୍ମାଣ ବିଧି ।

ଆଉ ଚଳଚଞ୍ଚଳ ହୋଇପଡିବ ରଥଖଳା । ସେହିପରି ଆଜିଠୁ ୨୧ ଦିନ ଧରି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା । ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ହେବ । ସେହିପରି ଉତ୍କଳୀୟ ପରମ୍ପରା ଅନୁଯାୟୀ ଗାଁ ଗହଳିରେ ଆଜି ଅକ୍ଷିମୁଠି ଅନୁକୁଳ କରାଯିବାର ବିଧି ରହିଛି ।

Leave a Reply